ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମୁମ୍ବାଇ ଗସ୍ତରେ ଯିବେ। ପୁଞ୍ଜି ନିବେଶକାରିଙ୍କୁ ଆକୃଷ୍ଟ କରିବା ପାଇଁ ମୁମ୍ବାଇରେ ଅଗଷ୍ଠ ୮ ତାରିଖରେ ଅନୁଷ୍ଟିତ ହେବାକୁ ଥିବା ପୁଞ୍ଜି ବିନିବେଶକାରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ସୂଚନା ଯୋଗ୍ୟ ଯେ ଓଡ଼ିଶାରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ଆସନ୍ତା ନଭେମ୍ବର ୧୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମିଳନୀକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମର ଲକ୍ଷ୍ୟ।