ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ପତ୍ର ଲେଖି ଦାବୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରାଗଲେ ଶିଳ୍ପର ବିକାଶ ସହିତ ନିଯୁକ୍ତିର ସୁଯୋଗ ସୃଷ୍ଟିକରିବା ଦିଗରେ ଏହା ସହାୟକ ହେବ।