ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ଜମି ଦେଇଥିବା ଲୋକଙ୍କୁ ନବୀନଙ୍କ ଧନ୍ୟବାଦ
ମହାପ୍ରଭୁ ଓ ଶ୍ରୀମନ୍ଦିର ଓଡ଼ିଆ ଜାତିର ସବୁକିଛି। ସେ ଆମ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ। ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାର ମାତ୍ର ୪୦ ଦିନରେ ୭୫% ଘରୋଇ ଜମି ସଂଗ୍ରହ ହୋଇସାରିଲାଣି। ଆପଣମାନଙ୍କ ଏହି ତ୍ୟାଗକୁ ଓଡ଼ିଆ ଜାତି ସବୁଦିନ ଶ୍ରଦ୍ଧାର ସହ ମନେ ରଖିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ଆପଣଙ୍କ ଏହି ସମର୍ଥନ ଆମ ସଙ୍କଳ୍ପକୁ ଆହୁରି ଦୃଢ଼ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିରର ଉନ୍ନତି ପାଇଁ ଜମି ଦେଇଥିବା ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଉନ୍ନତିକରଣ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।