ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ଶୁଭେଚ୍ଛାର ସୁଅ

Wishes pour in for CM Naveen Patnaik on his birthday

 Published : ଓଡିଶା ସନ୍ ଟାଇମ୍ସ

/  

16-Oct-2017  

ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି।  ନିରାଡମ୍ବର ପରିବେଶରେ ଗତାନୁଗତିକ ଭାବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରୁଥିବାବେଳେ, ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜ୍ଜୀ, ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଟ୍ବିଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତା, କର୍ମ୍ମୀ, ଶୁଭେଚ୍ଚୁ ମାନେ ନବୀନ ନିବାସକୁ ଯାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Other News