Press Images

  ପ୍ରକାଶିତ :   19-Mar-2024

ବିଜେଡିରେ ଯୋଗ ଦେଲେ ସୋର ପୌରପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା

ବାଲେଶ୍ୱର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୋର ପୌରପରିଷଦର ଅଧ୍ୟକ୍ଷ ଶ୍ରୀ ମାଧବ ଧଡ଼ା ତାଙ୍କ ସମର୍ଥକଙ୍କ ସହିତ ଅନେକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରତାପ ଜେନା ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଜେନା ଓ ଶ୍ରୀ ପର୍ଶୁରାମ ଧଡ଼ା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ମାଧବ ଧଡ଼ା, ବରିଷ୍ଠ ବିଜେପି ନେତା ଶେଖ ଲିଆକତ୍ ଅଲ୍ଲୀ, ଦିଲ୍ଲୀପ କୁମାର କର, ଜନ୍ମେଜୟ ପଣ୍ଡା ଓ ତାଙ୍କ ସମର୍ଥକଙ୍କ ଯୋଗଦାନ ଫଳରେ ବିଶେଷ କରି ସୋର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଜେନା ଓ ଶ୍ରୀ ପର୍ଶୁରାମ ଧଡ଼ା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥବି। ମାଧବ ଧଡ଼ା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ଦଳରେ ମୋତେ ଓ ଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। 

Other Press Release