Press Images

  ପ୍ରକାଶିତ :   30-Mar-2024

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ଏନଏସିର ୨ କାଉନସିଲର

ଦଶପଲ୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦଶପଲ୍ଲା ଏନଏସିର ୨ ବିଜେପି କାଉନସିଲରଙ୍କ ସହ ଜଣେ ବିଜେପି ଜିଲ୍ଲାପରିଷଦ ପ୍ରାର୍ଥୀ ଆଜି ଶଙ୍ଖଭବନ ଠାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ୨ କାଉନସିଲର ଓ ଜିଲ୍ଲାପରିଷଦ ପ୍ରାର୍ଥୀଙ୍କୁ ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁ ି୍ରମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁ ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଦଶପଲ୍ଲା ଏନଏସି ୱାର୍ଡ଼ ନଂ ୧୧ର ବିଜେପି କାଉନସିଲର କିରଣ କୁମାର ସାହୁ, ୱାର୍ଡ଼ ନଂ ୫ର ବିଜେପି କାଉନସିଲର ମାନିନୀ ସେଠୀ ଓ ଗରିଆ ବ୍ଲକ ଜୋନ ୮ର ବିଜେପି ଜିଲ୍ଲାପରିଷଦ ପ୍ରାର୍ଥୀ ମନୋରଞ୍ଜନ ମହାପାତ୍ର ବିଜେଡ଼ିରେ ସାମିଲ ହୋଇଥିଲେ। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଦଶପଲ୍ଲା ଏନଏସିର ବିଜେଡ଼ି କାଉନସିଲରମାନେ ମଧ୍ୟ ଉପସି୍ଥତ ଥିଲେ। ଶେଷରେ ବିଜେଡି଼ ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Other Press Release