Press Images

  ପ୍ରକାଶିତ :   31-Mar-2024

ବିଜେଡ଼ିରେ ଯୋଗଦେଲେ ରାଜଗଙ୍ଗପୁରର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ

ସୁନ୍ଦରଗଡ ଜିଲ୍ଲା ଅନ୍ତର୍ଗତ ରାଜଗଙ୍ଗପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ସାରଦା ନାୟକ, ପୂର୍ବତନ ବିଧାୟକ ମଙ୍ଗଳା କିଶାନ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡେି ର ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ଏବଂ ଶତାଧିକ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ନାୟକ, ଶ୍ରୀ କିଶାନ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରାଜଗଙ୍ଗପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ, ଶ୍ରୀ କିଶାନ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡି଼ରେ ସାମିଲ୍ ହୋଇଥିବା ପୂବର୍ତ ନ ବିଜେପି ବିଧାୟକ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ରାଜଗଙ୍ଗପୁର ବିକାଶ ପରିଷଦର ସଭାପତି ସୁନୀଲ ଅଗ୍ରୱାଲ, ବିଧାୟକଙ୍କ ପ୍ରତିନିଧି ରତନ କୁମାର ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Other Press Release