Press Images

  ପ୍ରକାଶିତ :   03-Apr-2024

ବିଜେଡ଼ିରେ ଯୋଗଦେଲେ ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ

ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବେି ଜଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ଭବାନୀ ଶଙ୍କର କାଲୋଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। 

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। 

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Other Press Release