Press Images

  ପ୍ରକାଶିତ :   15-Apr-2024

କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ରଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

- ନିଜ ଗାଁରେ ସ୍ମାର୍ଟ କ୍ଲାସରୁମଟିଏ ନିର୍ମାଣ କରିପାରିନାହାନ୍ତି  
- ଧମେନ୍ଦ୍ରଙ୍କ ଗାଁରେ ପଞ୍ଚାୟତ ନିର୍ବାଚନ ହାରିଥିଲା ବିଜେପି 
- ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇଲେ ନିରବ ରହୁଛନ୍ତି

କେନ୍ଦ୍ରମନ୍ତ୍ରୀ ଭାବେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି । ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ସେ ଗୋଟିଏ ବି ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ଗଣମାଧ୍ୟମରେ ମତ ରଖି ଏହା କହିଛନ୍ତି ବିଜେଡି ସାଂସଦ ତଥା ରାଷ୍ଟ୍ରୀୟ ମୁଖପାତ୍ର ଡ. ସସ୍ମିତ ପାତ୍ର।

ଡକ୍ଟର ପାତ୍ର କହିଛନ୍ତି ଯେ ଢେଙ୍କାନାଳ ଓ ସମ୍ବଲପୁରବାସୀ ବାରମ୍ବାର ୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇବା ସହିତ ଏହି ସଡକର ଅବସ୍ଥା ଅତ୍ୟନ୍ତ ବିପଜ୍ଜନକ ଥିବାରୁ କିଭଳି ଶହ ଶହ ମୂଲ୍ୟବାନ ଜୀବନ ଯାଉଛନ୍ତି, ତାହା ଦର୍ଶାଇ ଆସୁଛନ୍ତି । ହେଲେ ସେ ବାରମ୍ବାର ଏହି ସମସ୍ୟାର ସମାଧାନ କରିବାକୁ କିମ୍ବା ଏହି ପ୍ରସଙ୍ଗରେ କହିବାକୁ ମନା କରିଦିଅନ୍ତି। ଏବେ ସେ ସମ୍ବଲପୁରରୁ ନିର୍ବାଚନ ଲଢୁଥିବା ବେଳେ ଏଭଳି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ କିଭଳି ସାମ୍ନା କରିବେ ସେ ନେଇ ଡକ୍ଟର ପାତ୍ର ପ୍ରଶ୍ନ କରିଛନ୍ତି।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିନାହାଁନ୍ତି। ଏପରିକି ନିଜ ଗାଁରେ ଗୋଟିଏ ବି ସ୍ମାର୍ଟ କ୍ଲାସ୍ ରୁମ୍ ନିର୍ମାଣ କରିପାରିନାହାନ୍ତି । ସେଥିପାଇଁ ତାଙ୍କ ନିଜ ଗାଁରେ ପଞ୍ଚାୟତ ନିର୍ବାଚନରେ ବିଜେପି ପରାଜିତ ହୋଇଥିଲା।

ଅପରପକ୍ଷରେ ବିଜେଡି ସରକାର ସ୍ମାର୍ଟ କ୍ଲାସରୁମ୍‌, ଡିଜିଟାଲ୍ ଲାଇବ୍ରେରୀ ଏବଂ ଅତ୍ୟାଧୁନିକ ଭିତ୍ତିଭୂମି ମାଧ୍ୟମରେ ହାଇସ୍କୁଲ ଶିକ୍ଷାକୁ ୫-ଟି କାର୍ଯ୍ୟକ୍ରମ ମାଧ୍ୟମରେ ରୂପାନ୍ତରଣ କରିଛନ୍ତି। ସେ ସବୁ ରୂପାନ୍ତରଣ ତାଙ୍କୁ ଦେଖାଯାଉ ନାହିଁ। ୫-ଟି ଅଭିଯାନ ରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନ' ଅଧୀନରେ ଓଡ଼ିଶାକୁ ‘ଆୱାର୍ଡ ଅଫ୍ ଏକ୍ସଲେନ୍ସ' ପୁରସ୍କାର ପ୍ରଦାନ  କରାଯାଇଥିବାରୁ ଶ୍ରୀ ପ୍ରଧାନ ପ୍ରକୃତରେ ଦୁଃଖିତ ବୋଲି ଡ. ପାତ୍ର କହିଛନ୍ତି।

Other Press Release