Press Images

  ପ୍ରକାଶିତ :   19-May-2024

ବିଜେଡିରେ ଯୋଗ ଦେଲେ ସୋର ନିର୍ବାଚନମଣ୍ଡଳୀର ବହୁ ନିର୍ବାଚିତ ବିଜେପି କର୍ମକର୍ତ୍ତା ଓ କର୍ମୀ

ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ସୋର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ବାଲେଶ୍ୱର ଜିଲ୍ଲା ବିଜେଡି ଉପସଭାପତି ଅଶୋକ ନାୟକ ଓ ସୋର ବ୍ଲକ ସହସଂଯୋଜକ କମଳାକାନ୍ତ ଘଡାଇଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀ ଓ କର୍ମକର୍ତ୍ତାଙ୍କୁ ଡକ୍ଟର ପାତ୍ର, ଶ୍ରୀ ନାୟକ ଓ ଶ୍ରୀ ଘଡାଇ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ସୋର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ନାୟକ ଓ ଶ୍ରୀ ଘଡାଇ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି କର୍ମକର୍ତ୍ତା ଓ କର୍ମୀମାନେ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମ ସହିତ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ସୋର ମ୍ୟୁନିସପାଲଟିର ଉପାଧ୍ୟକ୍ଷା ସସ୍ମିତା ଦାସ, ରଂଜନ କୁମାର ଦାସ, ଉର୍ମିଳା ରାଉତ, ପବିତ୍ର ସେଠୀ, ତନୟାରାଣୀ ମହାପାତ୍ର, ଲୋକନାଥ ରାଉତ, ବିଶ୍ୱରଂଜନ ଦାସ, ଦେବୀରଥ ମହାପାତ୍ର, ଓ କ୍ଷେତ୍ରମୋହନ ସେଠୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Other Press Release