Press Images

  ପ୍ରକାଶିତ :   22-May-2024

ବିଜେଡିରେ ଯୋଗଦେଲେ ଡାକ୍ତର ଅୟସକାନ୍ତ ମହାନ୍ତି ଓ ଡାକ୍ତର ପି.କେ ସାହୁ

ରାଜ୍ୟର ଦୁଇ ପ୍ରତିଷ୍ଠିତ ଡାକ୍ତର ଅୟସକାନ୍ତ ମହାନ୍ତି ଓ ଡାକ୍ତର ପି.କେ ସାହୁ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଡାକ୍ତର ଅୟସକାନ୍ତ ମହାନ୍ତି ଓ ଡାକ୍ତର ପି.କେ ସାହୁଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ଉଭୟ ଡାକ୍ତରଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଉଭୟ ଡାକ୍ତର ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Other Press Release