Press Images

  ପ୍ରକାଶିତ :   27-May-2024

ବିଜେଡିରେ ଯୋଗଦେଲେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ଜେଏମ୍‌ଏମ୍‌ର ବହୁ ନେତା ଓ କର୍ମୀ

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ଜେଏମ୍‌ଏମ୍‌ର ବହୁ ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ଜେଏମ୍‌ଏମ୍‌ର ନେତା ଓ କର୍ମୀଙ୍କ ଯୋଗଦାନ ଫଳରେବିଶେଷକରି ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଜେଏମ୍‌ଏମ୍ ନେତା ସ୍ୱରୂପ କୁମାର ମହାନ୍ତ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ଜେଏମ୍‌ଏମ୍‌ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତବୃ ବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ବିକାଶ ମହାନ୍ତ, ମୁକୁନ୍ଦର ମହାନ୍ତ, ଯାକତୁ ସୋରେନ, ରାଜା କାରୁଆ, ଶିବ ମହାନ୍ତ, ହରମୋହନ ମହାନ୍ତ, ଅସିତ୍ ମହାନ୍ତ, ରାଜକିଶୋର ମହାନ୍ତ, ସୁମନ୍ତ ଦାସ, ବଳରାମ ମୁର୍ମୁ, ତୁଷାର ମହାନ୍ତଙ୍କ ସହ ଶତାଧିକ ଜେଏମ୍‌ଏମ୍ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Other Press Release